ପଶ୍ଚିମା ଝଡ଼ର ପ୍ରଭାବ: ପୁଣି ସକାଳୁ ସକାଳୁ ରାଜଧାନୀରେ ପ୍ରବଳ ବର୍ଷା, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜଧାନୀରେ ସକାଳୁ ସକାଳୁ ବର୍ଷା । ଅନ୍ଧାର ଘୋଟି ବର୍ଷା ସାଙ୍ଗକୁ ପବନ ହୋଇଛି । ଗତକାଲି ରାତିରେ ମଧ୍ୟ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ ।

ଭୁବନେଶ୍ୱର (କେନ୍ୟୁଜ): ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା । ରାଜଧାନୀରେ ସକାଳୁ ସକାଳୁ ବର୍ଷା । ଅନ୍ଧାର ଘୋଟି ବର୍ଷା ସାଙ୍ଗକୁ ପବନ ହୋଇଛି । ଗତକାଲି ରାତିରେ ମଧ୍ୟ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ । ପଶ୍ଚିମା ଝଡ଼ ପ୍ରଭାବରେ ଢେଙ୍କାନାଳ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହ କୁଆପଥର ମାଡ଼ ହୋଇଛି । ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ହୋଇଛି ।

ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, କଟକ ଓ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏସବୁ ଜିଲ୍ଲାରେ ୭ ସେଣ୍ଟିମିଟରୁ ୧୧ ସେଣ୍ଟିମିଟର ବର୍ଷା ସମ୍ଭାବନା ରହିଛି । ସେହିପରି ଆଜି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୫ ତାରିଖ ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଆସନ୍ତାକାଲି ପୁଣି ଏକ ପଶ୍ଚିମା ଝଡ଼ ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.