ସକ୍ରିୟ ଘୂର୍ଣ୍ଣିବଳୟ: ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ, ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ ଆଣୁଛି ବଡ଼ ବର୍ଷା । ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ । ୨୨ ତାରିଖ ଯାଏ ଲାଗି ରହିବ ବର୍ଷା । ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆସନ୍ତାକାଲିଠୁ ବଢ଼ିବ ବର୍ଷା ।

ଭୁବନେଶ୍ୱର(କେନ୍ୟୁଜ୍‌) : ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ ଆଣୁଛି ବଡ଼ ବର୍ଷା । ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ । ୨୨ ତାରିଖ ଯାଏ ଲାଗି ରହିବ ବର୍ଷା । ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆସନ୍ତାକାଲିଠୁ ବଢ଼ିବ ବର୍ଷା । କାଲି ୮ ଜିଲ୍ଲା ବରଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳରୁ ବର୍ଷା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ୧୨ ଜିଲ୍ଲାକୁ ଦିଆଯାଇଛି ୟେଲୋ ଓ୍ଵାର୍ଣ୍ଣିଂ ।

୨୧ ଓ ୨୨ ତାରିଖରେ ବର୍ଷା ପରିମାଣ ସର୍ବାଧିକ ରହିବ । କିଛି ସ୍ଥାନରେ ୭ରୁ ୨୦ ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭବାନା ଥିବାରୁ ଆକସ୍ମିକ ବନ୍ୟା ସ୍ଥିତି ଉପୁଜିପାରେ ।

ତଳୁଆ ଅଞ୍ଚଳରେ ପାଣି ଜମିବା ସହ ସହରର ଅଞ୍ଚଳରେ ଟ୍ରାଫିକ ଜନିକ ସମସ୍ୟା ଉପୁଜିପାରେ । ଲଘୁଚାପ ଯୋଗୁ ମୌସୁମୀ ଶକ୍ତିଶାଳୀ ହେବା ସହ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ରହିଛି । ଏଥିପାଇଁ କାଲିଠ ୨୨ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି । ଘୂର୍ଣ୍ଣିବଳୟ ଓ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାଜ୍ୟରେ ଭରଣା ହୋଇଛି ନିଅଣ୍ଟିଆ ସ୍ଥିତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.