Below header

ଲଗାଣ ବର୍ଷାରେ ବେହାଲ ଟୁଇନ୍‌ ସିଟି, ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ପାଣି

ଭୁବନେଶ୍ୱର (କେନ୍ୟୁଜ୍‌) : ଏବେ ରାଜ୍ୟର ଅନେକ ଜିଲ୍ଲାରେ ମୌସୁମୀ ବର୍ଷା ଜାରି ରହିଛି । ଏହି ଲଗାଣ ବର୍ଷାରେ ବୁଡ଼ି ଯାଇଛି ଟ୍ଵିିନ୍‌ସିଟି। ରାସ୍ତାରେ ଲହଡି ଭାଙ୍ଗୁଛି ପାଣି। ବିଭିନ୍ନ ସ୍ଥାନରେ ପାଣି ଜମି ରହିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଏଭଳି ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ବଙ୍ଗୋପସାଗର ଏବଂ ବାଂଲାଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସହିତ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଆଜି ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କଟକ, ଜଗତସିଂପୁର, କେନ୍ଦ୍ରାପଡ଼ା, ଯାଜପୁର ଓ ଖୋର୍ଦ୍ଧାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୨୨ ଜିଲ୍ଲାକୁ ୱେଲୋ ଆଲର୍ଟ ଜାରି କରାଯାଇଛି। ଜୁନରେ ସ୍ୱାଭାବିକଠାରୁ ୨ ପ୍ରତିଶତ ଅଧିକ ବର୍ଷା ହୋଇଛି । ଜୁନ୍‌ ୧ ତାରିଖରୁ ଆଜି ସୁଦ୍ଧା ମୋଟ୍‌ ୧୩୯.୫ ମିଲିମିଟର ବର୍ଷା ହୋଇଛି।

ଏହି ସମୟରେ ୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ୨ଟି ଜିଲ୍ଲାର ସୁନ୍ଦରଗଡ଼ ଓ କୋରାପୁଟରେ ସ୍ୱାଭାବିକଠାରୁ ଅତ୍ୟଧିକ ଅର୍ଥାତ ୬୦% କିମ୍ବା ତାଠୁ ଅଧିକ ବର୍ଷା ହୋଇଛି । ୬ ଜିଲ୍ଲା ଦେବଗଡ, ସମ୍ବଲପୁର, ବରଗଡ, ସୋନପୁର, ନୂଆପଡା ଓ ମାଲକାନଗିରିରେ ସ୍ୱାଭାବିକଠାରୁ ୨୦ ରୁ ୫୯ ପ୍ରତିଶତ ଯାଏଁ ଅଧିକ ବର୍ଷା ରେକର୍ଡ କରାଯାଇଛି । ଅବଶିଷ୍ଟ ୧୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.