ଆଜିଠୁ ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତାକାଲି ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

କେନ୍ୟୁଜ୍(ବ୍ୟୁରୋ): ଆଜିଠୁ ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା । ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତାକାଲି ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆଜି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। କାଲିଠାରୁ ବଢିବ ବର୍ଷାର ପରିମାଣ ଓ ବିସ୍ତୃତି। କାଲି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୧୩ ତାରିଖରେ କିଛି ଜିଲ୍ଲାରେ ଭୀଷଣ ବର୍ଷା ହେବ । ୧୪ ତାରିଖ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଲାଗି ଅରେଞ୍ଜ ଆଲର୍ଟ ଜାରି କରିଛି ଆଇଏମଡି । ୧୧୫.୬ ମିମିରୁ ୨୦୪.୪ ମିମି ଯାଏ ବର୍ଷା ହୋଇପାରେ ।

ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୮୯୦ ମିମି ବର୍ଷା ରେକର୍ଡ ହୋଇଛି। ସ୍ବାଭାବିକ ବୃଷ୍ଟିପାତ ପରିମାଣ ୧୦୦୯.୭ ମିମି ତୁଳନାରେ ଏହ ୧୨ ପ୍ରତିଶତ କମ୍ । ଏହି ସମୟ ମଧ୍ୟରେ ୯ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୨୧ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି। ଅଗଷ୍ଟରେ ରାଜ୍ୟରେ ବର୍ଷା ପରିମାଣ କମିଥିଲା । ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ବର୍ଷା ରାଜ୍ୟରେ ନିଅଣ୍ଟିଆ ସାମାନ୍ୟ ଭରଣା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.