ଆଜିଠୁ ବଢିବ ବର୍ଷା ପରିମାଣ: ୨୧ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ!

ଆଜିଠୁ ବଢିବ ବର୍ଷା ପରିମାଣ। ରାଜ୍ୟର ବିଭିନ୍ନ ସ୍ଥାନରେ ଦୁଇ ଦିନ ମଧ୍ୟରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଂକା ରହିଛି। ଆଜି ୨୧ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଂକା ରହିଛି।

 ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ବଢିବ ବର୍ଷା ପରିମାଣ। ରାଜ୍ୟର ବିଭିନ୍ନ ସ୍ଥାନରେ ଦୁଇ ଦିନ ମଧ୍ୟରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଂକା ରହିଛି। ଆଜି ୨୧ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଂକା ରହିଛି। ସେହିପରି ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଅନୁଗୋଳ, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଂକା ରହିଛି।

ବଳ ବର୍ଷା ପାଇଁ ଆଜି ୯ ଜିଲ୍ଲାକୁ ଓ ଆସନ୍ତାକାଲି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟ ମଧ୍ୟରେ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷାର ପୂର୍ବାନୁମାନ ଜାରି ହୋଇଛି। ଆସନ୍ତାକାଲି ଅଧିକ ରହିବ ବର୍ଷା ପରିମାଣ। ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୭୪୩.୮ ମିମି ବର୍ଷା ରେକର୍ଡ ହୋଇଛି। ଯାହା ସ୍ବାଭାବିକ ବୃଷ୍ଟିପାତ ୮୨୨.୯ ମିମି ତୁଳନାରେ ୧୦ ପ୍ରତିଶତ କମ। ଗୋଟିଏ ଜିଲ୍ଲାରେ ଅତ୍ୟଧିକ ବୃଷ୍ଟିପାତ ହୋଇଥିବା ବେଳେ ୧୧ଟି ଜିଲ୍ଲାରେ ନିଅଣ୍ଟିଆ ଓ ୧୮ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି।