ଆଜି ବି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆଜି ପରେ ରାଜ୍ୟରେ କମିବ ବର୍ଷା ପ୍ରଭାବ । ଏହାପରେ ୧୨ ତାରିଖଠାରୁ ପୁଣି ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ସମ୍ଭାବବା ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ସକ୍ରିୟ ହୋଇଛି ମୌସୁମୀ ପ୍ରବାହ । ଆଭ୍ୟନ୍ତରୀଣ ଓଡ଼ିଶାର ମଧ୍ୟଭାଗ ଓ ସଂଲଗ୍ନ ଛତିଶଗଡ଼ ଅଞ୍ଚଳରେ କେନ୍ଦ୍ରୀଭୂତ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । କେଉଁଠି ତୁହାକୁ ତୁହା ବର୍ଷୁଛି ତ ଆଉ କେଉଁଠି ଝିପିଝିପି ବର୍ଷା ଲାଗି ରହିଛି । ଆଜି ବି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୧୦ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆଜି ପରେ ରାଜ୍ୟରେ କମିବ ବର୍ଷା ପ୍ରଭାବ । ଏହାପରେ ୧୨ ତାରିଖଠାରୁ ପୁଣି ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ସମ୍ଭାବବା ରହିଛି । ଅଗଷ୍ଟରେ କମିଥିଲା ବର୍ଷା । ସେପ୍ଟେମ୍ବରରେ ଲଘୁଚାପ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ମୌସୁମୀ ପ୍ରବାହ ସକ୍ରିୟ !ହୋଇଛି । ଗତ ୭ ଦିନରେ ଓଡ଼ିଶାରେ ୮୪ ପ୍ରତିଶତ ବର୍ଷା ରେକର୍ଡ ହୋଇଛି । ମୌସୁମୀ ଋତୁରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୨ ପ୍ରତିଶତ କମ ବର୍ଷା ହୋଇଛି । ଆଗକୁ ବର୍ଷା ହେଲେ ନିଅଣ୍ଟିଆ ଭରଣା ହୋଇପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.