ସକ୍ରିୟ ରହିଛି ଲଘୁଚାପ: ଆଜି ବି ରାଜ୍ୟରେ ଭୀଷଣ ବର୍ଷା ସମ୍ଭାବନା

ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଏହାର ପ୍ରଭାବରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି । ଆଜି ବି ଭୀଷଣ ବର୍ଷା ସମ୍ଭାବନା ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ ବଙ୍ଗ ଓ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ଏହାର ପ୍ରଭାବରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି । ଆଜି ବି ଭୀଷଣ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ପଶ୍ଚିମ ଓଡ଼ିଶାର ୭ ଜିଲ୍ଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗିର ଓ ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ଯାଏ ବର୍ଷିପାରେ ।

ସେହିପରି ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଜାରି କରିଛି ୟେଲୋ ୱାର୍ଣ୍ଣିଂ । ସେସବୁ ଜିଲ୍ଲାର କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ସମ୍ଭାବନା ରହିଛି । ୨୪ ଘଣ୍ଟା ପରେ ରାଜ୍ୟରେ ବର୍ଷା ପ୍ରଭାବ କମିବ । ଆସନ୍ତାକାଲି ପାଇଁ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ରେକର୍ଡ ହୋଇଛି ହାରାହାରି ୨୩ ମିଲିମିଟର ବର୍ଷା । ଯାହା ସ୍ବାଭାବିକ ବର୍ଷା ୬.୯ ମିଲିମିଟର ତୁଳନାରେ ୨୪୨ ପ୍ରତିଶତ ଅଧିକ । କୋରାପୁଟ ସହରର ଗତ ୨୪ ଘଣ୍ଟାରେ ସର୍ବାଧିକ ୧୬୮ ମିଲିମିଟର ବର୍ଷା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.