ବର୍ଷାରେ ଭିଜିବ ଗଣେଶ ପୂଜା, ୯ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର : ବର୍ଷାରେ ଭିଜିବ ଗଣେଶ ପୂଜା । ୯ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆନ୍ଧ୍ର ପ୍ରଦେଶ ଉପକୂଳ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ୯ ତାରିଖ ଯାଏ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ ବିଭାଗ ।
ଆଜି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ୭ ତାରିଖରୁ ବଢିବ ବର୍ଷାର ପରିମାଣ । ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ଲଘୁଚାପଟି ଧୀରେ ଧୀରେ ଉତ୍ତର ଦିଗକୁ ଗତି କରି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାମାନଙ୍କୁ ସତର୍କ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିସନର । କୌଣସି ପ୍ରକାର ସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।