Below header

ଆସୁଛି ବଡବର୍ଷା, ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ବର(କେନ୍ୟୁଜ୍): ଆସୁଛି ବଡବର୍ଷା। ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତାକାଲି ଏହା ଘନୀଭୂତ ହେବାର ସମ୍ଭାବନା ରହିଛି। ପ୍ରଭାବରେ ଉତ୍ତର, ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୪ରୁ ୬ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି। ଜୁନ ପହିଲାରୁ ଅଗଷ୍ଟ ୧ ତାରିଖ ଯାଏ ରାଜ୍ୟରେ ସ୍ୱାଭାବିକ ଠାରୁ ୨୨ ପ୍ରତିଶତ କମ ବର୍ଷା ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.