Categories: ରାଜ୍ୟ

ରାଜ୍ୟର କିଛି ସ୍ଥାନରେ କୁଆପଥର ବର୍ଷା, ୨୬ ଯାଏ ଏମିତି ବର୍ଷିବ

ଭୁବନେଶ୍ୱର (କେ ନ୍ୟୁଜ୍‌) : ପ୍ରବଳ ଖରା ଓ ଗରମ ପରେ ଆଜି ପାଗ ଟିକିଏ ଶାନ୍ତ ପଡ଼ିଛି । ରାଜ୍ୟର ଭଦ୍ରକ ସମେତ କିଛି ଜିଲ୍ଲାରେ କୁଆପଥର ବର୍ଷା ହେବା ଫଳରେ ତାପମାତ୍ରା କମିଛି । ଗତକାଲି ଭୁବନେଶ୍ୱରର ତାପମାତ୍ରା ଦେଶରେ ସର୍ବାଧିକ ରହିଛି ୩୯ ଡିଗ୍ରୀ ସେଲସିୟସ୍‌ ଡେଇଁଥିଲା । ତା ପୂର୍ବ ଦିନ ରାଜ୍ୟରେ କଟକ ଟିଟିଲାଗଡ଼ ସହ ସମାନ ସର୍ବାଧିକ ତତଲା ଭାବେ ୩୬ ଡିଗ୍ରୀ ଥିଲା । ଯାହା ବର୍ଷାକୁ ନିମନ୍ତ୍ରଣ ଦେଉଥିଲା ।
ଆଜି ଅଳ୍ପ କିଛି ସ୍ଥାନରେ ବର୍ଷା ପରେ ଆସନ୍ତାକାଲି ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ କହିଛି । ୨୫ ତାରିଖରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୬ ତାରିଖରେ ମଧ୍ୟ ପବନ ସହ ଝଡ଼ବର୍ଷା ଏବଂ ବଜ୍ରପାତର ସୂଚନା ରହିଛି । ଏହି ସମୟରେ ୪୫ରୁ ୫୦ କିଲୋମିଟର ବେଗରେ ପବନ ବହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ଲାଗି ବାରଣ କରାଯାଇଛି ।

 

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

16 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

17 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

58 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago