Below header

ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ, ୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର(କେ ନ୍ୟୁଜ):  ଘନୀଭୂତ ହେବାରେ ଲାଗିଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଆଜି ୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼, ଅନୁଗୁଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏହାକୁ ଦୃଷ୍ଟିରେ ରଖି ଏହି ୬ ଜିଲ୍ଲାକୁ ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସେହିଭଳି ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ରାଜ୍ୟରେ ମୌସୁମୀ ସକ୍ରୀୟ ରହିଛି । ଆଜି ସାରା ଓଡିଶାକୁ ମୌସୁମୀ ଛୁଇଁବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଲଘୁଚାପର ଗତି ଧୀର ରହିଛି । ଯାହାଫଳରେ ଊପକୂଳରେ ବର୍ଷା ହେବାର ବିଳମ୍ଭ ହେଉଥିବା କହିଛି ପାଣିପାଗ କେନ୍ଦ୍ର ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.