Below header

ପାର୍ବଣ ପୂର୍ବରୁ ଭିଜିବ ଓଡ଼ିଶା, ୪୮ ଘଣ୍ଟାରେ ବାତ୍ୟାର ରୂପ ନେଇପାରେ ଲଘୁଚାପ

ପାର୍ବଣ ପୂର୍ବରୁ ଭିଜିବ ଓଡ଼ିଶା। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଘନୀଭୂତ ହେଉଛି । ୨୪ ଘଣ୍ଟାରେ ଏହା ଅବପାତ ଏବଂ ୪୮ ଘଣ୍ଟାରେ ବାତ୍ୟାର ରୂପ ନେଇପାରେ । ବର୍ତ୍ତମାନ ଏହା ଗୋପାଳପୁର ଠାରୁ ୭୨୦ କିଲୋମିଟର ଦୂରରେ ଅଛି । ଆସନ୍ତା ୭୨ ଘଣ୍ଟା ମଧ୍ୟରେ ଏହା ଉତ୍ତରପଶ୍ଚିମ ଆଡକୁ ମୁହାଁଇ ଓଡିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଛୁଇଁବ । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ଏନେଇ କେନ୍ଦ୍ର ଗୃହ ବିଭାଗ ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି । ରାଜ୍ୟକୁ ସତର୍କ ରହିବା ପାଇଁ କୁହାଯାଇଛି । ଏଭିତରେ ମୌସୁମୀ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିଛି । ହେଲେ ପୁଣି ଥରେ ଲଘୁଚାପ ବର୍ଷାରେ ଭିଜିବ ଓଡ଼ିଶା । ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.