ଆଜିଠୁ ରାଜ୍ୟରେ ହୋଇପାରେ ପ୍ରବଳ ବର୍ଷା, ବନ୍ୟାକୁ ଦୃଷ୍ଟିରେ ରଖି ସଜାଗ ରହିଛି ଅଗ୍ନିଶମ ବାହିନୀ ଏବଂ ଓଡ୍ରାଫ୍ଟ ଟିମ୍‌

ଭୁବନେଶ୍ବର(କେନ୍ୟୁଜ୍): ଆଜିଠୁ ରାଜ୍ୟରେ ହୋଇପାରେ ପ୍ରବଳ ବର୍ଷା । ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ପ୍ରବଳ ବର୍ଷା ଯୋଗୁ ବନ୍ୟା ଆଶଙ୍କା ଥିବାରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର । ବନ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ପ୍ରଶାସନିକ ସ୍ତରରେ ପ୍ରସ୍ତୁତ ରହିବାକୁ କୁହାଯାଇଛି । ହଷ୍ଟେଲ ଓ ଆବାସିକ ସ୍କୁଲ ଗୁଡ଼ିକରେ ରହୁଥିବା ଅନ୍ତେବାସୀ ଓ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ଆଗୁଆ ସ୍ଥାନାନ୍ତର ପାଇଁ ପରାମର୍ଶ ଦିଆଯାଇଛି । ଅଗ୍ନିଶମ ବାହିନୀ ଏବଂ ଓଡ୍ରାଫ୍ଟ ଟିମ୍‌ ସଜାଗ ରହିଛନ୍ତି । ସେହିପରି ଅନ୍ୟ ବିଭାଗର ଅଧିକାରୀଙ୍କୁ ମଧ୍ୟ ପ୍ରସ୍ତୁତ ରହିବାକୁ କୁହାଯାଇଛି ।