ରାଜ୍ୟରେ ୩ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା,୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

 ଭୁବନେଶ୍ୱର:   ଆହୁରି ବର୍ଷିବ । ରାଜ୍ୟରେ ୩ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା । ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।  ଆସନ୍ତାକାଲି ବର୍ଷାର ପରିମାଣ ବଢ଼ିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ଢେଙ୍କାନାଳ, କଟକ, ବୌଦ୍ଧ, ସୋନପୁର ଓ ସମ୍ବଲପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୬ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ।  ସେହିପରି ୨ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ୩ ତାରିଖରୁ ବର୍ଷାର ପରିମାଣ କମିବ ।

ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଜିଲ୍ଲାପାଳମାନଙ୍କୁ ଆଲର୍ଟ କରିଛନ୍ତି SRC ।  ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇପାରେ ।  ପ୍ରବଳ ବର୍ଷା ଯୋଗୁ ପାଣି ନିଷ୍କାସନ ପାଇଁ ଆବଶ୍ୟକ ପମ୍ପ ବ୍ୟବସ୍ଥା କରିବାକୁ କୁହାଯାଇଛି । କ୍ଷୟକ୍ଷତି ସଂପର୍କରେ ସରକାରଙ୍କ ନିକଟରେ ତୁରନ୍ତ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ରହିଛି ।

You might also like