୫ ଦିନ ଯାଏ ବର୍ଷା, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟରେ ଆଗାମୀ ୫ ଦିନ ଯାଏ ବର୍ଷା ହେବ । ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଭୁବନେଶ୍ୱର (କେନ୍ୟୁଜ): ୫ ଦିନ ପ୍ରବଳ ବର୍ଷା ସମ୍ଭାବନା । ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ଆଜିଠୁ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢ଼ିବ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲା ଓ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ ବୋଲି ଆକଳନ କରାଯାଇଛି । ଉତ୍ତର ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗିରହିଛି । ଚଳିତ ମୌସୁମୀ ଋତୁରେ ଜୁନ୍‌ରୁ ଆଜି ସୁଦ୍ଧା ରାଜ୍ୟରେ ୧୭୬.୫ ମିଲିମିଟର ବର୍ଷା ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ୨୫୫.୮ ମିଲିମିଟର ତୁଳନାରେ ୩୧ ପ୍ରତିଶତ ନିଅଣ୍ଟିଆ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.