ଭୁବନେଶ୍ୱର (କେନ୍ୟୁଜ): ୫ ଦିନ ପ୍ରବଳ ବର୍ଷା ସମ୍ଭାବନା । ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ଆଜିଠୁ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢ଼ିବ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲା ଓ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ ବୋଲି ଆକଳନ କରାଯାଇଛି । ଉତ୍ତର ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗିରହିଛି । ଚଳିତ ମୌସୁମୀ ଋତୁରେ ଜୁନ୍ରୁ ଆଜି ସୁଦ୍ଧା ରାଜ୍ୟରେ ୧୭୬.୫ ମିଲିମିଟର ବର୍ଷା ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ୨୫୫.୮ ମିଲିମିଟର ତୁଳନାରେ ୩୧ ପ୍ରତିଶତ ନିଅଣ୍ଟିଆ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…