ଲଘୁଚାପ ପ୍ରଭାବରେ ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା, ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣ

ଭୁବନେଶ୍ୱର :ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଲଘୁଚାପ ପ୍ରଭାବରେ ଆଜି ଓ କାଲି ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷାର ଚେତାବନୀ ଜାରି ହୋଇଛି ।  ପ୍ରବଳ ବର୍ଷା ପାଇଁ ୮ଟି ଜିଲ୍ଲା କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନୟାଗଡ଼, ଗଞ୍ଜାମ, ଯାଜପୁର, କେନ୍ଦ୍ରାପଡ଼ା ଓ ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ୩୦ ତାରିଖରେ ୪ଟି ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼ ଓ କେନ୍ଦୁଝରକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ । କାଲି ଯାଏ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ ।  ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୨ଦିନ ଯାଏ ବର୍ଷା ଲାଗି ରହିବ। ଗତ ୪ ଦିନ ହେଲା ରାଜ୍ୟରେ ବର୍ଷା ଲାଗି ରହିଛି ।  ଗତକାଲି ଅନୁଗୁଳରେ ସର୍ବାଧିକ ୧୦୨ ମିମି ବର୍ଷା ରେକର୍ଡ ହୋଇଛି । ନୟାଗଡ଼ରେ ୩୨, ବଲାଙ୍ଗିରରେ ୨୬, ଭବାନୀପାଟଣାରେ ୧୬.୪ ମିମି ବର୍ଷା ରେକର୍ଡ କରିଛି ପାଣିପାଗ ବିଭାଗ । ଗତ ୨୪ ଘଣ୍ଟାରେ କୋରାପୁଟ ଜୟପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ଚଳିତ ମାସରେ ରାଜ୍ୟରେ ୩୪ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି ।