ଆଉ ଦିନ ରାଜ୍ୟରେ ପ୍ରବଳ ବର୍ଷିବ ବର୍ଷା, ୬ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ରାଜ୍ୟରେ କିଛି ସ୍ଥାନରେ ହୋଇଛି ପ୍ରବଳ ବର୍ଷା। ଆସନ୍ତା ଦୁଇ ଦିନ ଧରି ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହେବା ସମ୍ଭାବନା କରାଯାଉଛି। ବିଶେଷ କରି ଆଜି ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପାଣିପାଗ ବିଭାଗ ଏହି ଜିଲ୍ଲାକୁ ଅରେଞ୍ଚ ଓ୍ଵାର୍ଣ୍ଣଂ ଜାରି କରିଛି। ଏଥିସହିତ କିଛି ଅଞ୍ଚଳକୁ ୟେଲୋ ଓ୍ଵାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।

ତେବେ ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ସୋନପୁର, ବଲାଙ୍ଗୀର, ବରଗଡ, ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡା ଆଦି ଜିଲ୍ଲାରେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହିତ ଆଜି ସୁନ୍ଦରଗଡ, ଦେବଗଡ, ନୂଆପଡା, କଳାହାଣ୍ଡି, କନ୍ଧମାଳ, କଟକ ଓ ଅନୁଗୁଳ ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.