ରାଜ୍ଯରେ ସକ୍ରୀୟ ହେଲା ମୌସୁମୀ ବାୟୁ, ଆଜିଠୁ ୪ ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା

କେନ୍ଯୁଜ୍: ରାଜ୍ୟର ଅଧିକାଂଶ ଜିଲ୍ଲାରେ ଜାରି ରହିଛି ମୌସୁମୀ ବର୍ଷା । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ମଧ୍ୟମ ରୁ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ।

ରିପୋର୍ଟ ଅନୁଯାୟୀ ବରଗଡ଼, ସୋନୁପୁର, ସମ୍ବଲପୁର, ଦେବଗଡ଼, ବଲାଙ୍ଗିର ଓ ଅନୁଗୁଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ବୌଦ୍ଧ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.