ରାଜ୍ୟ

ଆଜିଠୁ ପୁଣି ନୂଆ ପଶ୍ଚିମା ଝଡ଼: କାଲିଠୁ ଦେଖାଇବ ପ୍ରଭାବ, ୩୧ରୁ ବର୍ଷା ବଢ଼ିବା ନେଇ ଆଶଙ୍କା

ଭୁବନେଶ୍ୱର(କେନ୍ୟୁଜ) : ରାଜ୍ୟରେ ପ୍ରଭାବ ଦେଖାଉଛି ପଶ୍ଚିମା ଝଡ଼ । ଆଜିଠୁ ପୁଣି ନୂଆ ପଶ୍ଚିମା ଝଡ଼ । କାଲିଠୁ ଏହା ପ୍ରଭାବ ଦେଖାଇବ । ଆସନ୍ତା ୧ ତାରିଖ ଯାଏ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ଲାଗି ରହିବ । ଏନେଇ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ । ୩୧ ତାରିଖରେ ରାଜ୍ୟରେ ପଶ୍ଚିମା ଝଡ଼ର ରହିବ ସର୍ବାଧିକ ପ୍ରଭାବ । ଆଜି ବିଜୁଳି ଘଡ଼ଘଡ଼ି ସହ ୯ ଜିଲ୍ଲାରେ ବର୍ଷା ହେବ ।

ଆସନ୍ତାକାଲି ୧୨ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ ପବନ ସମ୍ଭାବନା ରହିଛି । ଏସବୁ ଜିଲ୍ଲାଗୁଡ଼ିକ ହେଲା ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ସୋନପୁର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ନେଇ ଚେତାବନୀ ଦିଆଯାଇଛି । ୩୧ ତାରିଖରେ ପଶ୍ଚିମା ଝଡ଼ର ପ୍ରକୋପ ଅଧିକ ରହିବ । ୧୭ ଜିଲ୍ଲାକୁ ଝଡ଼ ପବନ ସାଙ୍ଗକୁ ୭ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି । କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ । ସେହିଭଳି ବିଜୁଳି ଘଡ଼ଘଡ଼ି ପାଇଁ ସମସ୍ତ ଜିଲ୍ଲାକୁ ଚେତାବନୀ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ମାର୍ଚ୍ଚରେ ଦେଖିବାକୁ ମିଳିଛି ସିରିଜ୍‌ ପଶ୍ଚିମାଝଡ଼ ।

Barsha

Recent Posts

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

9 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

9 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

13 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

36 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

44 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

50 mins ago