Below header

୭,୮, ଓ ୯ ପ୍ରବଳ ବର୍ଷିବ ରାଜ୍ୟରେ

ଭୁବନେଶ୍ୱର : ଆଗାମୀ ୪ ଦିନ ରାଜ୍ୟରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷିବ । ଏପରି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୭, ୮ ଓ ୯ ତାରିଖ ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୭ ତାରିଖ ଦିନ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, କଟକ, ଖୋର୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ବର୍ଷା ହୋଇପାରେ।

ଏଥିସହିତ ଉତ୍ତର ଉପକୂଳ ଓଡ଼ିଶାର ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି ଓ ଜଗତସିଂହପୁର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବା ବୋଲି ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି ।

୮ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼ ଓ ସମ୍ବଲପୁର ଏବଂ ୯ ତାରିଖ ଦିନ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

ଆଗାମୀ ୧୨ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ଥିବାରୁ ବର୍ଷା ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ ପକ୍ଷରୁ ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.