୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ) : ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଭାଗ । ସେହିପରି ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଭାଗ ଏହିସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।

ସୂଚନା ଅନୁଯାୟୀ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କନ୍ଧମାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ବଲାଙ୍ଗୀର, ନୂଆପଡ଼ା, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.