ଆଜିଠୁ ବଢ଼ିବ ବର୍ଷା, ୫ ଦିନ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଆଜିଠୁ ବଢ଼ିବ ବର୍ଷା । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଆଜି କିମ୍ବା ଆସନ୍ତାକାଲି ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ୫ ଦିନ ଯାଏ ବର୍ଷା ଲାଗି ରହିବ । ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ଓ ବିସ୍ତୃତି ବୃଦ୍ଧି ପାଇବ। ପ୍ରବଳ ବର୍ଷା ନେଇ ଆଜି ପାଇଁ ୮ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ କେନ୍ଦୁଝରକୁ ୟେଲୋ ଆଲର୍ଟ ଜାରି ହୋଇଛି।
ଆସନ୍ତାକାଲି ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ଓ ୧୫ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ପ୍ରକାଶ ପାଇଛି। ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ଏବଂ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୧୬ ତାରିଖରେ ମଧ୍ୟ ସେହି ଜିଲ୍ଲାଗୁଡ଼ିକରେ ବର୍ଷାର ପ୍ରକୋପ ରହିପାରେ। ପରବର୍ତ୍ତୀ ସମୟରେ ବର୍ଷା ପରିମାଣ ବଢ଼ିବ।