ସୃଷ୍ଟି ହେଲା ଲଘୁଚାପ: ୩୧ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ସୃଷ୍ଟି ହେଲା ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୩୧ ତାରିଖରୁ ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଭୁବନେଶ୍ଵର (କେନ୍ୟୁଜ): ସୃଷ୍ଟି ହେଲା ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହାର ପ୍ରଭାବରେ କାଲିଠୁ ରାଜ୍ୟରେ ବଢିବ ବର୍ଷା ପରିମାଣ । ୩୧ ତାରିଖରୁ ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୩୧ରୁ ୧ ତାରିଖ ପାଇଁ ରାଜ୍ୟର କିଛି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି । ଆଜି ଓ ଆସନ୍ତାକାଲି ଦୁଇ ଦିନ ଉପକୂଳବର୍ତ୍ତୀ ଜିଲ୍ଲା ସମେତ ପଶ୍ଚିମ ଓଡ଼ିଶାରେ ବର୍ଷା ପ୍ରକୋପ ଅଧିକ ରହିବ । ଲଘୁଚାପ ପ୍ରବାବରେ ପ୍ରବଳ ବର୍ଷା ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.