ଆଜି ଅବପାତର ରୂପ ନେବ ଲଘୁଚାପ, ଦୁଇ ଦିନ ରାଜ୍ୟରେ ଭୀଷଣ ବର୍ଷିବ

ଅବପାତ ପ୍ରଭାବରେ ଆଜି କିଛି ସ୍ଥାନରେ ପ୍ରବଳ ଓ ଆଉ କିଛି ସ୍ଥାନରେ ମୂଷଳଧାରାରେ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଜି ପାଇଁ ୫ ଜିଲ୍ଲା ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରିକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଜି ହେବ ଅବପାତ । ଆହୁରି ବଢ଼ିବ ବର୍ଷା ପରିମାଣ । ଏବେ ପଶ୍ଚିମ କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ର-ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଅଞ୍ଚଳରେ ୱେଲ୍‌ ମାର୍କଡ ଲୋ ପ୍ରେସର କେନ୍ଦ୍ରୀଭୂତ ରହିଛି ।

ଆଜି ଅଧିକ ଘନୀଭୂତ ହେବ । ଡିପ୍ରେସନ୍‌ରେ ପରିଣତ ହେବ ୱେଲ ମାର୍କଡ ଲୋ ପ୍ରେସର । ଅବପାତ ପ୍ରଭାବରେ ଆଜି କିଛି ସ୍ଥାନରେ ପ୍ରବଳ ଓ ଆଉ କିଛି ସ୍ଥାନରେ ମୂଷଳଧାରାରେ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଜି ପାଇଁ ୫ ଜିଲ୍ଲା ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରିକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ୭ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ୨୯ ତାରିଖ ଯାଏ ବର୍ଷା ଜାରି ରହିବ । ଲଘୁଚାପ ଓ ସମ୍ଭାବ୍ୟ ଅବପାତ ପ୍ରଭାବରେ ଆସନ୍ତାକାଲି ଯାଏ ଓଡ଼ିଶା ଉପକୂଳରେ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବ । ଏହାକୁ ଦୃଷ୍ଟିରେ ରଖି ଗଭୀର ସମୁଦ୍ରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.