ଦୀପାବଳିକୁ ଫିକା କରିପାରେ ମୌସୁମୀ, ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ରହିଛି ସମ୍ଭାବନା

ଭୁବନେଶ୍ବର(କେନ୍ୟୁଜ୍):  ଦୀପାବଳିକୁ ଫିକା କରିପାରେ ମୌସୁମୀ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୨୫ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହେବ । ପାଣିପାଗ ବିଭାଗ ସୂଚନା ଅନୁସାରେ ୨୩ ତାରିଖରେ ଗଜପତି, ଗଞ୍ଜାମ, ରାୟଗଡା, ପୁରୀ, କନ୍ଧମାଳ, ନୟାଗଡ, ନୂଆପଡା ଓ ବଲାଙ୍ଗିର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୪ ତାରିଖରେ ଗଜପତି, ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେଓଗଡ, ଅନୁଗୁଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର ଓ କଟକରେ ବର୍ଷା ହେବ । ସେପଟେ ୨୫ ତାରିଖରେ କେନ୍ଦୁଝର, ମୟୁରଭଞ୍ଜ, କଟକ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର ଓ ନୟାଗଡରେ ପ୍ରବଳ ବର୍ଷା ହେବ । ଏହି ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.