ଅମ୍ଫାନ୍ ପ୍ରଭାବରେ ଭୁବନେଶ୍ୱର ସମେତ ଉତ୍ତର ଉପକୂଳବର୍ତ୍ତୀ ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର (କେ ନ୍ୟୁଜ) : ଅମ୍ଫାନ୍  ପ୍ରଭାବରେ  ଭୁବନେଶ୍ୱର ସମେତ ଉତ୍ତର ଉପକୂଳବର୍ତ୍ତୀ ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି । ବାତ୍ୟା ଅମ୍ଫାନ୍ ଆଜି ଅପରାହ୍ନରେ ସ୍ଥଳଭାଗ ଛୁଇଁବ। ଓଡ଼ିଶା ସୀମା ଅତିକ୍ରମ କରିବା ବେଳେ ଗୋଟିଏ କି ଦୁଇଟି ନୁହେଁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର ଓ ମୟୂରଭଂଜରେ ବର୍ଷା ଲାଗି ରହିଛି। ଘଣ୍ଟାକୁ ୧୦୦ ବା ୧୧୦ କିଲୋମିଟର ବେଗରେ ପବନ ବୋହୁଛି । ଅପରାହ୍ନ ୪ଟା ବେଳକୁ ଏହା ଦୀଘା ଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଅର୍ଥାତ୍ ସୁନ୍ଦରବନ ନିକଟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ଅଧିକ। ସେତେବେଳେ ପବନର ବେଗ ୧୫୫ରୁ ୧୬୫ କିଲୋମିଟର ଥିବ ଓ ୧୮୫ କିଲୋମିଟର ବେଗରେ ଧକ୍କା ଦେବ। ଓଡ଼ିଶାରେ ମଧ୍ୟାହ୍ନ ୧୨ଟାରୁ ୨ଟା ଯାଏ ବାତ୍ୟାର ସବୁଠାରୁ ଅଧିକ ପ୍ରଭାବ ଦେଖିବାକୁ ମିଳିପାରେ। 

ପୂର୍ବ ନିର୍ଦ୍ଧାରିତ ଦିଗରେ ଗତି କରୁଛି ଅମ୍ଫନ। ସକାଳେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ମୟୂରଭଞ୍ଜରେ ପବନର ବେଗ ସର୍ବାଧିକ ଘଣ୍ଟାପ୍ରତି ୧୦୦ ବା ୧୧୦ କିଲୋମିଟର ରହିଛି । ସମୟକ୍ରମେ ଏହା ବଢି ସର୍ବାଧିକ ୧୩୫ କିଲୋମିଟର ହୋଇପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.