ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି, ଟ୍ବିନ ସିଟିକୁ ୬ ଘଣ୍ଟା ସତର୍କତା

ଭୁବନେଶ୍ବର (କେନ୍ଯୁଜ): ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି ଡିପ୍ରେସନ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଓଡ଼ିଶା, ଉତ୍ତର ଛତିଶଗଡ଼ ଓ ମଧ୍ୟପ୍ରଦେଶ ଅତିକ୍ରମ କରିବ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଆଜି ପାଇଁ ୫ ଜିଲ୍ଲା ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୋନପୁର ଓ ବରଗଡ଼ ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

ଏସବୁ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ବଲାଙ୍ଗିର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ, କେନ୍ଦୁଝର, ଢେଙ୍କାନାଳ ଓ କଟକ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣଂ ଦିଆଯାଇଛି । ୧୧ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରାଯାଇଛି । ରେଡ୍‌ ଓ୍ଵାର୍ଣ୍ଣିଂ ଜାରି ଜିଲ୍ଲାରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ । ଭାଙ୍ଗିପାରେ କଚ୍ଚା ଘର । ଦୁଇ ଦିନର ଲଗାଣ ବର୍ଷାରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । ପୁରୀରେ ସର୍ବାଧିକ ୩୨୯ମିମି ବର୍ଷା ରେକର୍ଡ ହେଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.