ଆଜି ବି ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର (କେନ୍ୟୁଜ୍‌) : ଓଡିଶାରେ ଜାରି ରହିଛି ଲଘୁଚାପ ବର୍ଷା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ଆଜି ବର୍ଷା ହୋଇପାରେ। ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହିପରି କୋରାପୁଟ, ନୂଆପଡା, ବରଗଡ, ବଲାଙ୍ଗିର, ଝାରସୁଗୁଡା, ସୁନ୍ଦରଗଡ ଏବଂ ସମ୍ବଲପୁର ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୧୯ରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.