ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍ ଓ ବସ୍
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁ ଖାଲୁଆ ଅଞ୍ଚଳ ଜଳମଗ୍ନ। ବର୍ଷା ଲାଗି ରହିଥିବାରୁ ଯାତାୟାତ ବାଧାପ୍ରାପ୍ତ ।
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୪ ଘଣ୍ଟା ପାଇଁ ୯ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ।
ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଲି ମାଲନକାନଗରି ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ଆଶନ୍ତାକାଲି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
୨୯ ତାରିଖରେ ମଧ୍ୟ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼, ଝାସୁରୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ବରଗଡ଼ରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ନିଅଣ୍ଟିଆ ବର୍ଷା ପରିମାଣ ୪୨ ପ୍ରତିଶତ ରହିଛି ।