ଆଜିଠାରୁ ୧୬ ଯାଏ ରାଜ୍ୟରେ ଭୀଷଣ ବର୍ଷା, ଆସନ୍ତା ୨୪ ଘଣ୍ଟା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍):ଆଜିଠୁ ପ୍ରବଳ ବର୍ଷା। ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା । ତୁହାକୁ ତୁହା ବର୍ଷା ହେଉଛି । ଦକ୍ଷିଣ ଉପକୂଳ ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ୱେଲ ମାର୍କଡ ଲୋ ପ୍ରେସର ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜିଠାରୁ ୧୬ ଯାଏ ରାଜ୍ୟରେ ଭୀଷଣ ବର୍ଷା ହେବ । ଏନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୬ ଜିଲ୍ଲା ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି ଓ ବୌଦ୍ଧକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର ଓ ବୌଦ୍ଧ ଜିଲ୍ଲାକୁ ଦିଆଯାଇଛି ଅରେଞ୍ଜ ଓ୍ଵାର୍ଣ୍ଣିଂ । ୧୭ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ସତର୍କତା । ଆଜିଠୁ ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜୁନରୁ ଆଜି ସୁଦ୍ଧା ରାଜ୍ୟରେ ସ୍ୱାଭାବିକଠାରୁ ୫ ପ୍ରତିଶତ କମ୍‌ ବର୍ଷା ହୋଇଛି । ୬ ଜିଲ୍ଲାରେ ଅତ୍ୟଧିକ, ୬ ଜିଲ୍ଲାରେ ନିଅଣ୍ଟିଆ ଓ ୧୮ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.