ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ, ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ପ୍ରଭାବରେ ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷିବ । ତିନି ଦିନ ବୃଷ୍ଟିପାତ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଦୁଇଟି ଜିଲ୍ଲା କୋରାପୁଟ ଓ ମାଲକାନଗିରି ପାଇଁ ଜାରି ହୋଇଛି ଅରେଞ୍ଜ ଓ୍ଵାର୍ଣ୍ଣିଂ ।

ଏହି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ୧୦ ଜିଲ୍ଲା ଗଞ୍ଜାମ, ରାୟଗଡ଼ା, ଗଜପତି, କଳାହାଣ୍ଡି, ନବରଙ୍ଗପୁର, କଳାହାଣ୍ଡି, ସମ୍ବଲପୁର, ବେବଗଡ଼, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି ହୋଇଛି । ଦୁଇ ଦିନ ସମୁଦ୍ରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଇଛି ପାଣିପାଗ କେନ୍ଦ୍ର । ଜୁନ ୧ରୁ ୧୩ ତାରିଖ ସୁଦ୍ଧା ରାଜ୍ୟରେ ୧୪ ପ୍ରତିଶତ ନିଅଣ୍ଟ ବର୍ଷା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.