ରାଜ୍ୟ

ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ବଢୁଛି ଗଭୀର ଅବପାତ, କାଲି ସକାଳେ କାକିନାଡ଼ା ନିକଟରେ ଆନ୍ଧ୍ର ଉପକୂଳ କରିବ ଅତିକ୍ରମ

କେନ୍ୟୁଜ୍(ବ୍ୟୁରୋ):  ବଙ୍ଗୋପସାଗରରେ ଡିପ୍ରେସନ ନେଲା ଡିପ୍‌ ଡିପ୍ରେସନ । ଏବେ ଆନ୍ଧ୍ର ଆଡକୁ ମୁହାଁଉଛି। ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ବଢୁଛି ଗଭୀର ଅବପାତ । ବିଶାଖାପାଟଣାଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି । ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଆସନ୍ତାକାଲି ସକାଳ ସୁଦ୍ଧା ନର୍ସାପୁର ଓ ବିଶାଖାପାଟଣା ମଝିରେ କାକିନାଡ଼ା ନିକଟରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ଡିପ୍‌ ଡିପ୍ରେସନ୍‌ । ଏହାର ପ୍ରଭାବରେ ଘଣ୍ଟାପ୍ରତି ୫୦-୬୦ କିଲୋମିଟର ବେଗର ପବନ ବହିବ । ୧୩ ତାରିଖରେ ଏହା ଦୁର୍ବଳ ହୋଇ ଡିପ୍ରେସନ ଏବଂ ପରେ ୱେଲ ମାର୍କଡ ଲୋ ପ୍ରେସରର ରୂପ ନେବ ।

ଡିପ୍‌ ଡିପ୍ରେସନ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଆରମ୍ଭ ହୋଇଛି ବର୍ଷା । କିଛି ଅଞ୍ଚଳରେ ଝିପିଝିପି ବର୍ଷୁଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆସନ୍ତାକାଲି ସକାଳ ଯାଏଁ ୫ଟି ଜିଲ୍ଲା ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଏସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ନବରଙ୍ଗପୁର, କନ୍ଧମାଳ, ପୁରୀ ଓ ଖୋର୍ଦ୍ଧାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ୧୩ ଓ ୧୪ ତାରିଖ ପାଇଁ ମାଲକାନଗିରି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁରକୁ ୟେଲୋ ସତର୍କତା ଜାରି ହୋଇଛି । ଦକ୍ଷିଣ ଓଡ଼ିଶା ଉପକୂଳରେ ୫୦-୬୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି ।

ଆସନ୍ତାକାଲି ଯାଏ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ସମୁଦ୍ର ଭିତରକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଓଡ଼ିଶାରେ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ କହିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।

 

KNews Bureau

Recent Posts

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

6 mins ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

38 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

40 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

43 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

49 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

1 hour ago