କାଲି ବାତ୍ୟାର ରୂପ ନେଇପାରେ ଗଭୀର ଅବପାତ, ଓଡ଼ିଶା ଉପରେ ନାହିଁ ପ୍ରଭାବ

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । ଗଭୀର ଅବପାତ ଅଧିକ ଘନୀଭୂତ ହୋଇ କାଲି ସାମୁଦ୍ରିକ ଝଡ଼ରେ ପରିଣତ ହେବା ସମ୍ଭାବନା ରହିଛି । ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ସମ୍ଭାବ୍ୟ ବାତ୍ୟା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ଉମାଶଙ୍କର ଦାସ ।

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । ଗଭୀର ଅବପାତ ଅଧିକ ଘନୀଭୂତ ହୋଇ କାଲି ସାମୁଦ୍ରିକ ଝଡ଼ରେ ପରିଣତ ହେବା ସମ୍ଭାବନା ରହିଛି । ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ସମ୍ଭାବ୍ୟ ବାତ୍ୟା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ଉମାଶଙ୍କର ଦାସ ।

କାଲି ବାତ୍ୟାର ରୂପ ନେଇପାରେ ଗଭୀର ଅବପାତ । ତେବେ ଓଡ଼ିଶା ଉପରେ ଏହାର କୌଣସି ପ୍ରଭାବ ପଡିବ ନାହିଁ । ଦିଗ ପରିବର୍ତ୍ତନ କରିଥିବାରୁ ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ପଡିବ ନାହିଁ । କିନ୍ତୁ ଓଡ଼ିଶା ଉପକୂଳରେ ପବନର ବେଗ ୪୦ରୁ ୪୫ କିଲୋମିଟର ରହିବ। ତେଣୁ ୧୮ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଗଭୀର ଅବପାତ ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ହେଲାଣି । ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏବେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଗକୁ ବଢୁଛି ଡିପ୍ ଡିପ୍ରେସନ୍ । ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଘଣ୍ଟାପ୍ରତି ବେଗ ରହିଛି ୧୮ କିଲୋମିଟର । ଗଭୀର ଅବପାତ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି ଜାରି ରଖିବ । ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବା ସହ ବାଂଲାଦେଶ ଉପକୂଳ ମୁହାଁଇବ । ୧୮ ତାରିଖ ସକାଳେ ବାଂଲାଦେଶ ଉପକୂଳର ମୋଙ୍ଗଲା ଓ ଖେପୁରୁରା ମଝିରେ ଅତିକ୍ରମ କରିବା ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.