ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି । ପ୍ରବଳ ବର୍ଷା ଯୋଗୁ ରାସ୍ତାରେ ଛୁଟୁଛି ପାଣିର ସୁଅ । ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁ ଖାଲୁଆ ଅଞ୍ଚଳ ଜଳମଗ୍ନ । ପାଣିର ସୁଅ ଛୁଟିଛି । ବର୍ଷା ଲାଗି ରହିଥିବାରୁ ଯାତାୟାତ ବାଧାପ୍ରାପ୍ତ । ବିଭିନ୍ନ ରାସ୍ତା ଜଳମଗ୍ନ, ଯାତାୟତ ଓ ଗାଡ଼ିଚଳାଚଳ ବାଧାପ୍ରାପ୍ତ ହୋଇଛି । ଅନେକ ସ୍ଥାନରେ ଗାଡି ମଟର ପାଣିରେ ବୁଡି ଯାଇଥିବା ଦେଖିବାକୁ ମିଳିଛି । ବର୍ଷା ନେଇ ଟ୍ବିନସିଟି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପୁରୀ, କଟକ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି ।