Below header

ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ! ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ୍ ୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା । ଯାହା ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୧ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ହେବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥିପାଇଁ ୪ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରିକରାଯାଇଛି। ୯ତାରିଖଠୁ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ। ଗତ ଚାରି ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଉତ୍ତର ପ୍ରଦେଶ ମୁହାଁ ହୋଇଛି । ଏହାର ପ୍ରଭାବରେ ବର୍ଷା ଲାଗିରହିଛି। ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.