ଆଜି କେତେକ ଜିଲ୍ଲାରେ କୁଆପଥର ସହ ହେବ ପ୍ରବଳ ବର୍ଷା ! ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ଯୁଜ୍):ରାଜ୍ୟରେ ୱେଷ୍ଟର୍ଣ୍ଣ ଡିସ୍‌ଷ୍ଟର୍ବାନ୍‌ସ ପ୍ରଭାବ ଜାରି ରହିଛି। ଫଳରେ ରାଜ୍ୟର କିଛି ସ୍ଥାନରେ ବର୍ଷା ଜାରି ରହିଛି । ଆଜି ଆଗାମୀ ୨ ଘଣ୍ଟା ପାଇଁ ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, କଟକ ଓ ଯାଜପୁରରେ ବର୍ଷା ହେବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ହେବାର ପୂର୍ବାନୁମାନ କରାଯାଇଛି ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। କେନ୍ଦ୍ରୀୟ ଉତ୍ତର ପ୍ରଦେଶ ଓ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବ ମଧ୍ୟ ସକ୍ରିୟ ରହିଛି। ଆଜି କେତେକ ଜିଲ୍ଲାରେ କୁଆପଥର ସହ ପ୍ରବଳ ବର୍ଷାର ମଧ୍ୟ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପ୍ରବଳ ବର୍ଷା ପାଇଁ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘନକୁହୁଡିର ମଧ୍ୟ ସମ୍ଭାବନା ରହିଛି। ଘନ କୁହୁଡ଼ି ପାଇଁ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୨ଦିନ ମଧ୍ୟରେ ରାତିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ତେବେ ୨ଦିନ ପରେ ରାଜ୍ୟରେ ରାତିର ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ୩ରୁ ୫ଡିଗ୍ରୀ ସେଲ୍‌ସିୟସ କମିବାର ସମ୍ଭାବନା ରହିଛି। ଫଳରେ ପୁଣି ଶୀତ ବଢିବ ବୋଲି ଜଣାପଡ଼ିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.