ପୁଣି ସକ୍ରିୟ ହେଲା ମୌସୁମୀ, ଆସନ୍ତା ଚାରି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

କେନ୍ୟୁଜ (ବ୍ୟୁରୋ): ଉତ୍ତର ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଟ୍ରପ୍‌ ଲାଇନ୍‌ । ଫଳରେ ଏକ ସପ୍ତାହର ବ୍ୟବଧାନ ପରେ ପୁଣି ସକ୍ରିୟ ହୋଇଛି ମୌସୁମୀ । ଏହାର ପ୍ରଭାବରେ ଆସନ୍ତା ଚାରି ଦିନ ପର୍ଯ୍ୟନ୍ତ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବରଗଡ଼, ଝାରସୁଗୁଡା, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ସହ ଘଡଘଡି ହେବାର ସମ୍ଭାବନା ରହିଛି । ତେବେ ପାରାଦୀପରେ ଗତ ୨୪ ଘଣ୍ଟାରେ ୫୩ ମିଲି ଲିଟର ବର୍ଷା ରେକର୍ଡ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.