ପାରାଦୀପ ଉପକୂଳରୁ ୯୦ କିଲୋମିଟର ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି ଡିପ୍ରେସନ୍, ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଓଡ଼ିଶା ଉପକୂଳରେ ରହିଛି ଡିପ୍ରେସନ୍‌ । ଏବେ ଉତ୍ତର-ଉତ୍ତରପୂର୍ବ ଦିଗରେ ଆଗକୁ ବଢୁଛି । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୦ କିଲୋମିଟର ବେଗରେ ଗତି କରୁଛି ଡିପ୍ରେସନ୍‌ । ବର୍ତ୍ତମାନ ପାରାଦୀପ ଉପକୂଳରୁ ୯୦ କିଲୋମିଟର ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି । ଧୀରେ ଧୀରେ ଅବପାତ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ଆଜି ମଧ୍ୟାହ୍ନ ସୁଦ୍ଧା ପଶ୍ଚିମବଙ୍ଗର ସାଗର ଦ୍ୱୀପ ଓ ବାଂଲାଦେଶର ଖେପୁପରା ଭିତରେ ସୁନ୍ଦରବନ ନିକଟରେ ଅତିକ୍ରମ କରିବ ।

ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉପକୂଳ ଜିଲ୍ଲାରେ ୪୦-୫୦ କିଲୋମିଟର ବେଗରେ ପବନ ବହିବ । ଅଶାନ୍ତ ରହିବ ସମୁଦ୍ର । ବଡ଼ ବଡ଼ ଜୁଆର ଉଠିବା ସମ୍ଭାବନା ରହିଛି । ମତ୍ସ୍ୟଜୀବୀଙ୍କୁ ଆଜି ଯାଏ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.