Below header

ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଲାଗିରହିଛି ପ୍ରବଳ ବର୍ଷା, ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ଯୁଜ୍) : ଆଉ ଏକ ଲଘୁଚାପ। ଫଳରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିଛି। ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ ଗାଙ୍ଗେୟ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ବର୍ତ୍ତମାନ ପଶ୍ଚିମବଙ୍ଗ ସଲଗ୍ନ ଉତ୍ତର ଓଡ଼ିଶା ଉପରେ ରହିଛି। ଏହି ଲଘୁଚାପ କ୍ଷେତ୍ର ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିଲୋମିଟର ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି।

ବିଶେଷକରି ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିଛି। ଆଜି ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ SRCଙ୍କ କାର୍ଯ୍ୟାଳୟରୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ସହରରେ ଜଳବନ୍ଦୀ ସମସ୍ୟା ସହ ଭୂସ୍ଖଳନ ଆଦିର ମୁକାବିଲା କରିବାକୁ ଆଗୁଆ ପଦକ୍ଷେପ ନେବାକୁ କୁହାଯାଇଛି। ଆସନ୍ତାକାଲି ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.