ଆସୁଛି ସାମୁଦ୍ରିକ ଝଡ଼ ‘ନୋଉଲ’: ମଙ୍ଗଳବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା ! ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ଏସଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଦକ୍ଷିଣ ଚୀନ୍‌ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ନୋଉଲର ପ୍ରଭାବରେ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୦ରୁ ୨୧ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଆସନ୍ତା ୨୦ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି ।

rainମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୦ ତାରିଖରେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ସମେତ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷାର ମୁକାବିଲା ପାଇଁ ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ କହିଛନ୍ତି ଏସଆରସି । ଧୀବରମାନଙ୍କ ପାଇଁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରାଯାଇଛି । ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

rainସ୍କାଏମେଟ ମୁତାବକ ଆସନ୍ତାକାଲି ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ତଥା ଓଡ଼ିଶା ଉପକୂଳରେ ପୂର୍ବରୁ ହିଁ ରହିଥିବା ଘୂର୍ଣ୍ଣିବଳୟ ସହ ନୋଉଲର ଅଂଶ ବିଶେଷ ମିଶିଯିବ । ସେ ସମୟରେ ଏକ ଡିପ୍ରେସନ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ଫଳରେ ଓଡ଼ିଶା, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ବିହାର, ଝାଡ଼ଖଣ୍ଡ ଓ ମଧ୍ୟପ୍ରଦେଶରେ ପର୍ଯ୍ୟାୟ କ୍ରମେ ବର୍ଷା ସମ୍ଭାବନା ରହିଛି । ସ୍କାଏମେଟ ମୁତାବକ ସେପ୍ଟେମ୍ବରରୁ ୨୦ରୁ ୨୬ ଯାଏ ବର୍ଷା ଲାଗି ରହିବା ସେହିଭଳି ଆକ୍ୟୁ ୱେଦର ମୁତାବକ ସୋମବାର ଓ ମଙ୍ଗଳବାର ଓଡ଼ିଶା ଓ ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.