ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ: ଆଜି ଓ ଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୧୩ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

ଭୁବନେଶ୍ବର(କେନ୍ଯୁଜ୍):ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ। ଉତ୍ତର-ପୂର୍ବ ବଙ୍ଗୋପସାଗର ତଥା ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରିଭାଗରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଲଘୁଚାପ ପ୍ରଭାବରେ ଦୁଇ ଦିନ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଓ ଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ଜିଲ୍ଲା ଗୁଡିକ ହେଲା ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ପୁରୀ। ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଛନ୍ତି SRC। ଏହି ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.