ପୁଣି ଆସୁଛି ଆଉ ଏକ ଲଘୁଚାପ: ଆସନ୍ତା ୧୧ରୁ ପ୍ରବଳ ବର୍ଷା, ସମସ୍ତ ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲ ମାର୍କଡ ଲୋ ପ୍ରେସର ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ସେପଟେ ଆସୁଛି ଆଉ ଏକ ଲଘୁଚାପ।

ଆସନ୍ତା ୯ତାରିଖ ବେଳକୁ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ୧୪ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିବ। ୧୧ରୁ ପ୍ରବଳ ବର୍ଷା ହୋଇପାରେ। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ଏସ୍‌ଆର୍‌ସି ସୂଚନା ଦେଇଛନ୍ତି। ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀ ମାନଙ୍କୁ ପରାମର୍ଶ ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.