ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସକ୍ରିୟ, ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର (କେନ୍ୟୁଜ ): ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରବଳ ବର୍ଷା ପାଇଁ ଏହି ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସକ୍ରିୟ ରହିଛି।

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ଲଘୁଚାପ ଏବେ ତେଲଙ୍ଗାନା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ନିମ୍ନଚାପ ରେଖା ପ୍ରଭାବରେ ଓଡ଼ିଶା ମଧ୍ୟକୁ ବଙ୍ଗୋପସାଗରରୁ ପୂର୍ବ ଦିଗକୁ କ୍ରମାଗତ ଭାବେ ପୂର୍ବ ପବନ ପ୍ରବେଶ କରୁଛି। ଏହାର ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲା ଓ ସଂଲଗ୍ନ ଆଭ୍ୟନ୍ତରୀଣ ଅଞ୍ଚଳରେ ବର୍ଷା ଲାଗି ରହିଛି। ୧୯ତାରିଖ ପରେ ବର୍ଷାର ପରିମାଣ କ୍ରମଶଃ ହ୍ରାସ ପାଇବ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.