ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇପାରେ ଲଘୁଚାପ ବଳୟ, ୧୮ ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା!

ଭୁବନେଶ୍ବର: ୧୮ ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଥାଉକି, ଆସନ୍ତା ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ । ଯାହା ଫଳରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୩ରୁ ୪ ଦିନ ଅଧିକ ବର୍ଷା ହେବା ସହିତ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.