ପଶ୍ଚିମାଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା, ୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ୟୁଜ୍‌):ଦିନରେ ଖରା, ରାତିରେ ବର୍ଷା । ଆସନ୍ତା ୨ଦିନ ପାଇଁ ରାଜ୍ୟକୁ କାଳବୈଶାଖୀ ସତର୍କତା । ପଶ୍ଚିମାଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଲାଗି ରହିଛି । ଗତ ୩୬ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି । ବଲାଙ୍ଗିରରେ ସର୍ବାଧିକ ୬୪ ମିମି ବର୍ଷା ରେକର୍ଡ କରାଯାଇଛି । ଫୁଲବାଣୀରେ ୨୫ ମିମି, ନୟାଗଡରେ ୧୩ ଓ ପୁରୀରେ ୧୫ ମିମି ବର୍ଷା ରେକର୍ଡ ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଆଜି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏହାସହ ପବନର ବେଗ ବୃଦ୍ଧି ପାଇ ୪୦ରୁ ୫୦ କିମି ପହଞ୍ଚିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସେହିପରି କେନ୍ଦୁଝର, ଯାଜପୁର, କଟକ ଓ ଢେଙ୍କାନାଳକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତିର ପ୍ରକୋପ ଜାରି ରହିଛି । ୧୦ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ୪୨.୫ ଡିଗ୍ରୀ ସହ ବୈଦ୍ଧ ଓ ଟିଟଲାଗଡ ସବୁଠୁ ଉତ୍ତପ୍ତ ସହର ପାଲଟିଛି ।

Leave A Reply

Your email address will not be published.