ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର, ପ୍ରଭାବରେ ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା !

ଭୁବନେଶ୍ବର(କେନ୍ଯୁଜ୍): ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା। ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଲଗ୍ନ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ , ବରଗଡ଼, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ସୋନପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହ ୨୩ତାରିଖ ଦିନ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ଓ ବଲାଙ୍ଗିର ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ୨୫ ସେପ୍ଟେମ୍ବର ବେଳକୁ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ୨୫ ତାରିଖ ବେଳକୁ ଏକ ସାଇକ୍ଲୋନିକ୍‌ ସାର୍କୁଲେସନ୍‌ ସୃଷ୍ଟି ହେବ । ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ-ଉତ୍ତର-ପଶ୍ଚିମଦିଗରେ ଗତି କରି ଏହା ଓଡ଼ିଶା ଉପକୂଳରେ ପହଞ୍ଚିବ । ଏହାର ପ୍ରଭାବରେ ୨୬ ତାରିଖରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.