Below header

ଆଜିଠୁ ୩ଦିନ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା, ସବୁ ବନ୍ଦରକୁ ୨ ନମ୍ବର ବିପଦ ସଙ୍କେତ ଜାରି

ଭୁବନେଶ୍ବର(କେନ୍ୟୁଜ): ବାତ୍ୟା ପ୍ରଭାବରେ ପବନ କମ୍‌ ହେବ । ଅଧିକ ବର୍ଷିବ । ଆଜିଠୁ ୩ଦିନ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ୩ ଜିଲ୍ଲା ଗଞ୍ଜାମ, ଗଜପତି ଓ ପୁରୀ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ୧୧ ତାରିଖ ପାଇଁ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କଟକରୁ ଦିଆଯାଇଛି ୟେଲୋ ସତର୍କତା ।

୧୨ରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱରକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ୧୧ ଓ ୧୨ ତାରିଖରେ ଓଡ଼ିଶା ଉପକୂଳରେ ପବନର ବେଗ ୪୦ରୁ ୫୦ କିଲୋମିଟର ଓ ସର୍ବାଧିକ ୬୦ କିଲୋମିଟର ରହିପାରେ । ରାଜ୍ୟର ସବୁ ବନ୍ଦରକୁ ଜାରି ହୋଇଛି ୨ ନମ୍ବର ବିପଦ ସଙ୍କେତ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.