Below header

ପୁଣି ସକ୍ରିୟ ହେଲା ମୌସୁମୀ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର(କେନ୍ୟୁଜ୍): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ବାୟୁ ପୁଣିଥରେ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। । ଏଥିପାଇଁ ୪ ଦିନ ଲାଗି ଜାରି କରାଯାଇଛି ୟେଲୋ ଓ୍ଵାର୍ଣ୍ଣିଂ । ଆଜି ୭ ଜିଲ୍ଲା ରାୟଗଡ଼ା,କନ୍ଧମାଳ,ବଲାଙ୍ଗୀର,ବରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଦ୍ୱିତୀୟ ଦିନ ପାଇଁ ୮ ଜିଲ୍ଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର ଓ ଭଦ୍ରକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରବାବରେ ଜୁଲାଇ ୨୯ରୁ ଅଗଷ୍ଟ ୧ ତାରିଖ ପର‌୍ୟ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.