Below header

ଲଘୁଚାପ ପ୍ରଭାବରେ ଆହୁରି ୨ଦିନ ରାଜ୍ୟରେ ଜାରି ରହିବ ପ୍ରବଳ ବର୍ଷା, ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ଏସ୍‌ଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଯାହା ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଏମିତି ଆହୁରି ୨ଦିନ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହେବ । କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ। ଏଥିପାଇଁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆରସି ପ୍ରଦୀପ ଜେନା ।

ବିଶେଷକରି ରାଜ୍ୟର ୯ ଜିଲ୍ଲା ତଥା ବରଗଡ଼, ସମ୍ବଲପୁର, ଝାରସୁଗୁଡା, ବଲାଙ୍ଗୀର, ଦେଓଗଡ, ଅନୁଗୁଳ, ବୌଦ୍ଧ , ନଳଆପଡା ଓ ସୋନପୁରରେ ଅଧିକ ବର୍ଷା ସମ୍ଭାବନା ରହିଛି । ତେଣୁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ ହୋଇଛି। ଏହାସହ ରାଜ୍ୟର ସମସ୍ତ ବନ୍ଦର ପାଇଁ ଜାରି ହୋଇଛି ୩ ନମ୍ବର ସତର୍କ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.